ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାର ତଦନ୍ତ
1 min read
ଖୁବଶୀଘ୍ର ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟା ମାମଲାର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାଯିବ। ଏହା ଉପରେ ଖୁବଶୀଘ୍ର ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।
ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ସ୍ଵାମୀ ଲକ୍ଷଣାନନ୍ଦ ସରସ୍ଵତୀଙ୍କ ହତ୍ୟା ମାମଲର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟ ସାର୍ବଜନୀନ କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇଛି। ଖୁବଶୀଘ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ସହ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।