ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନିବେଶକ ସମ୍ମିଳନୀ: ୧୩ଟି ଏମ୍ଓୟୁ ସ୍ୱାକ୍ଷରିତ
1 min read
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ଦିଲ୍ଲୀରେ ଇନ୍ଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମରେ ଯୋଗଦେଇ ଅନେକ ବିଶିଷ୍ଟ ଶିଳ୍ପପତିଙ୍କ ସହିତ ଆଲୋଚନା କରିବା ସହିତ ଓଡିଶାରେ ନିବେଶ କରିବାକୁ ଆମନ୍ତ୍ରଣ କରିଛନ୍ତି। ତାଜ୍ ପ୍ୟାଲେସ୍ ଠାରେ ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୩ଟି ଚୁକ୍ତିନାମା ସ୍ୱାକ୍ଷରିତ ହେବା ସହିତ ୧୫ଟି ନିବେଶ ପ୍ରସ୍ତାବ ଆସିଛି।
ଏହି ୧୩ଟି ଚୁକ୍ତିନାମା ଜରିଆରେ ଓଡିଶାକୁ ୯୮,୮୮୦ କୋଟି ଟଙ୍କାର ପୁଞ୍ଜି ଆସିବା ସହିତ ୬୭,୦୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ସହିତ ୧୫ଟି ନିବେଶ ପ୍ରସ୍ତାବ ମଧ୍ୟ ଆସିଛି। ଏହାଦ୍ୱାରା ସମୁଦାୟ ୧,୦୩,୦୯୦ କୋଟି ଟଙ୍କାର ପୁଞ୍ଜି ନିବେଶ ସୁଯୋଗ ସୃଷ୍ଟି ହୋଇଥିବା ବେଳେ ୯୫,୯୧୫ଟି ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହୋଇଛି।