January 12, 2026

ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

1 min read

ଭୁବନେଶ୍ବର: ଗତକାଲିର ଲଘୁଚାପ ବଳୟ ଆଜି ଅଧିକ ଘନୀଭୂତ ହୋଇ ପଶ୍ଚିମ ମଧ୍ୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେଇଛି। ଏହା ଆଜି ରାତି ସୁଦ୍ଧା ଅଧିକ ବଳ ଗୋଟାଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ମଙ୍ଗଳବାର ମଧ୍ୟାହ୍ନ ସହ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।