December 3, 2024

ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବର୍ଷିବ

1 min read

ଭୁବନେଶ୍ବର: ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି।ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼,ଅନୁଗୁଳ, ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱ‌ାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ,ନୟାଗଡ଼,ଖୋର୍ଦ୍ଧା,କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ, ଜଗତସିଂହପୁର,ବାଲେଶ୍ଵରରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱ‌ାର୍ଣ୍ଣିଂଜାରି କରାଯାଇଛି।
ସେହିପରି ଆସନ୍ତାକାଲି ଶୁକ୍ରବାର ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେସବୁ ଜିଲ୍ଲା ଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼,ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର ଆଦି ରହିଛି।
ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ ବର୍ଷାପାଣି ଯୋଗୁ କମ୍ ଦୃଶ୍ୟମାନ ହେବ। ରାସ୍ତା ଜଳମଗ୍ନ ଏବଂ ତଳୁଆ ଅଞ୍ଚଳଗୁଡିକ ଜଳମଗ୍ନ ହେବାର ସମ୍ଭାବନା ରହିଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Leave a Reply

Your email address will not be published. Required fields are marked *