November 13, 2026

ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ବ ସମ୍ଭାଳିବେ ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ

1 min read

କଟକ:ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ବ ସମ୍ଭାଳିବେ ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ। ଆସନ୍ତା ୧୫ ତାରିଖରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କ କାର୍ଯ୍ୟକାଳ ଶେଷ ହେବ। ତାଙ୍କ କାର୍ଯ୍ୟକାଳର ଶେଷ ଦିନ ହାଇକୋର୍ଟ ଛୁଟି ରହୁଥିବାରୁ ଆଜି ଅପରାହ୍ନରେ ତାଙ୍କୁ ଆନୁଷ୍ଠାନିକ ଭାବେ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯିବ। ଅନ୍ୟପକ୍ଷରେ, ଜଷ୍ଟିସ୍ ହରିଶ ଟଣ୍ଡନଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ ନୂଆ ଦାୟିତ୍ୱ ସମ୍ଭାଳିବେ। ସେ ସୋମବାରଠାରୁ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇବେ। ଏ ସଂକ୍ରାନ୍ତରେ ରାଷ୍ଟ୍ରପତିଙ୍କ ଅନୁମୋଦନକ୍ରମେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ଜାରି ହୋଇଛି।