March 12, 2026

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା

1 min read


ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି । ଆସନ୍ତା ୨୪ ତାରିଖ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ପବନର ବେଗ ୧୦୦ ରୁ ୧୨୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘଚାପ ସୃଷ୍ଟି ହେବା ପରେ ବାତ୍ୟା ପ୍ରଭାବ ନେଇ ସ୍ପଷ୍ଟ ଜଣାପଡିବ ବୋଲି ପାଣିପାଗ ବିଭାଗର ମହାନିଦେ୍ର୍ଦଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ଅନୁମାନ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ମଙ୍ଗଳବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି