January 15, 2025

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାରେ ଆହୁରି ୩ ଦିନ ବର୍ଷା ସମ୍ଭାବନା

1 min read

ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଆହୁରି ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବୁଧବାର ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବୁଧବାର ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ ସାମିଲ ରହିଛି। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ଉପୁଜିବାର ମଧ୍ୟ ଆଶଙ୍କା ଥିବାରୁ ସତର୍କ କରାଯାଇଛି। ଏଥିଲାଗି ଲୋକମାନଙ୍କୁ ସୁରକ୍ଷିତ ଭାବେ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏବେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିଥିବାବେଳେ ଲଘୁଚାପର ପ୍ରଭାବ ରାଜ୍ୟରେ ଅଧିକ ରହିବାର ସମ୍ଭାବନା ରହିଛି। ଫଳରେ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୮୮.୬ ମିଲିମିଟର ହୋଇଛି, ଯାହାକି ସ୍ଵାଭାବିକଠାରୁ ୧୫ ପ୍ରତିଶତ କମ୍ ରହିଛି। ମାଲକାନଗିରିରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Leave a Reply

Your email address will not be published. Required fields are marked *