November 23, 2025

ବଙ୍ଗୋପସାଗରରେ ଲଘୁଚାପ ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ପୂର୍ବାନୁମାନ

1 min read

ଭୁବନେଶ୍ୱର: ବଙ୍ଗୋପସାଗରରେ ମଲାକ୍କା ପ୍ରଣାଳୀ ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ନଭେମ୍ବର, ୨୦୨୫ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଡିପ୍ରେସନରେ ପରିଣତ ହେବ ଏବଂ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି।