February 12, 2026

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

1 min read

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। କିଛି ଜିଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲାଗୁଡିକ ହେଲା ଯାଜପୁର, କେନ୍ଦ୍ରପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *