December 3, 2024

ସୁବାସିତ ଜଳରେ ସ୍ନାନ କଲେ ମହାପ୍ରଭୁ

1 min read

ପୁରୀ: ଜ୍ୟୋଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ସ୍ନାନ ଯାତ୍ରା |ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା।ଶନିବାର ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରିଛନ୍ତି । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଛି । ଘଣ୍ଟ ଘଣ୍ଟା,ମୃଦଙ୍ଗ,ହୁଳହୁଳି,ଶଙ୍ଖନାଦ,ଓ ଜୟଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ | ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି | ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବାରିଜିଛନ୍ତି ମହାପ୍ରଭୁ ଜଗନ୍ନାଥ। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଭକ୍ତ-ଭଗବାନ ଏକାଠି ବର୍ଷାରେ ଭିଜିଛନ୍ତି।

ଏହି ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ
ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦୀରେ ପହଞ୍ଚି ଥିଲେ। ପରେ
ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ
ହାତୀବେଶରେ ଦର୍ଶନ ଦେବେ ଦାରୁଦିଅଁ।

ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହୋଇଛି | ଶନିବାର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି। ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର
ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି।

ଏହି ଅବସରରେ ପୁରୀ ସ୍ୱର୍ଣ୍ନାଭ ବେଳାଭୂମିରେ ଏକ ସୁନ୍ଦର ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାରାଶିରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ
ପ୍ରତିକୃତି ନିର୍ମାଣ କରି ସମସ୍ତ ଭକ୍ତଙ୍କୁ ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇବା ସହ ବାଲୁକାରାଶିରେ HAPPY DEVA SNANAPURNIMAର ବାର୍ତ୍ତା ଦେଇଛନ୍ତି।

Leave a Reply

Your email address will not be published. Required fields are marked *