ରାମପୁର ସହରରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ
1 min read
ବିନିକା: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁରରେ ଶୁକ୍ରବାର ଚାଷୀଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଚାଷୀମାନେ ବୀମା ଓ କ୍ଷତିପୂରଣ ପ୍ରଦାନ ଦାବିରେ ଗର୍ଜିବା ସହ ୧୨ ଘଣ୍ଟିଆ ବନ୍ଦ ପାଳନ କରିଛନ୍ତି। ଫଳରେ ରାମପୁର ସହରରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି।
ଏପରିକି ଚାଷୀମାନେ ବିନିକା-ବରପାଲି ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳା ବନ୍ଦ ରହିଛି। ରାଜ୍ୟ ସରକାର ତୁରନ୍ତ ଚାଷୀଙ୍କ ସମସ୍ୟାର ସମାଧାନ କରି ବୀମା ଏବଂ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଚାଷୀମାନେ ଦାବି କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।