October 25, 2024

ଆନ୍ଧ୍ରପ୍ରଦେଶର ଏନଟିଆର ଜିଲ୍ଲାର ଏକ ସିମେଣ୍ଟ କାରଖାନାରେ ବିସ୍ଫୋରଣ

1 min read

ଅମରାବତୀ : ଆନ୍ଧ୍ରପ୍ରଦେଶର ଏନଟିଆର ଜିଲ୍ଲାର ଏକ ସିମେଣ୍ଟ କାରଖାନାରେ ବିସ୍ଫୋରଣ ଘଟି ୧୬ଜଣ ଶ୍ରମିକ ଆହତ ହୋଇଥିଲେ। ଏହି ବିସ୍ଫୋରଣରେ ୧୦ଜଣ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ପୀଡିତ କର୍ମଚାରୀଙ୍କ ମଧ୍ୟରୁ ୧୦ଜଣ ସ୍ଥାନୀୟ ଥିବାବେଳେ ଅବଶିଷ୍ଟ ଦଶ ଜଣ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ବିହାରର। ଆହତ କର୍ମଚାରୀଙ୍କୁ ଜଗାୟାପେଟା ଏବଂ ବିଜୟୱାଡା ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବଏଲର ବିସ୍ଫୋରଣ ହେତୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏହି ଘଟଣାର ତଦନ୍ତ ପାଇଁ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର କାରଣ ସମ୍ପର୍କରେ ସବିଶେଷ ତଥ୍ୟ ଦେବାକୁ ଏବଂ ବିସ୍ଫୋରଣ ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *