ମାଟ୍ରିକ୍ ପରୀକ୍ଷା-୨୦୨୫ର ଫଳ ଶୁକ୍ରବାର ପ୍ରକାଶିତ
1 min read
ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୫ର ଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ବହୁ ପ୍ରତୀକ୍ଷିତ ଏହି ପରୀକ୍ଷାରେ ପୁଅମାନଙ୍କ ତୁଳନାରେ ଝିଅମାନେ ଭଲ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ଜାରି କରି ଏହା କହିଛନ୍ତି। ମନ୍ତ୍ରୀ କହିଛନ୍ତି, ମାଟ୍ରିକ୍ ପରୀକ୍ଷା-୨୦୨୫ ପାଇଁ ୫,୧୦,୭୮୯ ଜଣ ଛାତ୍ରଛାତ୍ରୀ ଫର୍ମଫିଲପ୍ କରଥିଲେ। ଏଥିରୁ ୫,୦୨,୪୧୭ ଜଣ ପରୀକ୍ଷା ଦେଇଥିଲେ। ପରୀକ୍ଷାରେ ସାମିଲ ହୋଇଥିବା ପରୀକ୍ଷାର୍ଥୀମାନଙ୍କ ମଧ୍ୟରୁ ୪,୮୪,୮୬୩ ଜଣ ପାସ୍ କରିଛନ୍ତି।