August 10, 2026

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

1 min read

ଭୁବନେଶ୍ୱର : ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି। ନଭେମ୍ବର ୧୨ ରୁ ୧୪ ତାରିଖ ଯାଏଁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହି ମହୋତ୍ସବରେ ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ। ପ୍ରାୟ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ।

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟମାନ ଆୟୋଜନ କରାଯାଇଛି।