October 20, 2026

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ

1 min read

ପୁରୀ: ଶାରଦୀୟ ଦୁର୍ଗାପୂଜା ଅବସରରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ସପତ୍ନୀକ ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ।

ସେବାୟତ ଓ ପ୍ରଶାସନିକ ଅଧିକାରୀ ସ୍ବାଗତ କରିଥିଲେ

ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ସେବାୟତ ଓ ପ୍ରଶାସନିକ ଅଧିକାରୀ ତାଙ୍କୁ ସ୍ବାଗତ କରିଥିଲେ। ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପରେ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିଥିଲେ। ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆଜି ଦଶମୀ ଅବସରରେ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ମିଳିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଜଗତଜନନୀ ମା ଦୁର୍ଗା ସମସ୍ତଙ୍କର ମଙ୍ଗଳ କରନ୍ତୁ ସେନେଇ ପ୍ରାର୍ଥନା କରିଛି।