October 23, 2024

ଲୋକସଭା ବାଚସ୍ପତି ହେଲେ ସାଂସଦ ଓମ୍‍ ବିର୍ଲା

1 min read

ନୂଆଦିଲ୍ଲୀ: ପୁଣି ଲୋକସଭା ବାଚସ୍ପତି ହେଲେ ସାଂସଦ ଓମ୍‍ ବିର୍ଲା । ଦ୍ୱିତୀୟ ଥର ସେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ଓମ୍‍ ବିର୍ଲାଙ୍କ ନାମ ପ୍ରସ୍ତାବ ଦେଇଥିଲେ ।ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରସ୍ତାବକୁ ସମର୍ଥନ କରିଛନ୍ତି ଏନଡିଏର ସମସ୍ତ ସାଂସଦ । ବାଚନିକ ଭୋଟରେ ବିଜୟୀ ହୋଇଥିବାରୁ ଓମ୍‍ ବିର୍ଲାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ ହୋଇଥିବା ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ବିରୋଧୀ ଦଳ ପକ୍ଷରୁ କେରଳରୁ ୮ ଥରର ସାଂସଦ କେ ସୁରେଶଙ୍କ ନାମ ସୁପାରିଶ କରାଯାଇଥିଲା । କେ ସୁରେଶଙ୍କୁ ହରାଇ ସାଂସଦ ଓମ୍‍ ବିର୍ଲା ଅଷ୍ଟଦଶ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟର କେ ସୁରେଶଙ୍କୁ ପରାଜିତ କଲେ ଓମ୍ ବିର୍ଲା ।
କନକ ବ୍ୟୁରୋ : ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟ ଅନୁଯାୟୀ ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଲଗାତାର ଦ୍ୱିତୀୟ ଥର ପାଇଁ ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ

ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ ରଖିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଯାହାକୁ ଏନଡିଏରେ ଥିବା ସହଯୋଗୀ ଦଳ ସମର୍ଥନ କରିଥିଲେ । ସେହିଭଳି ଇଣ୍ଡିଆ ମେଣ୍ଟ ପକ୍ଷରୁ କେ ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା । ଯାହାକୁ ଇଣ୍ଡିଆ ମେଣ୍ଟରେ ଥିବା ଦଳ ଗୁଡିକ ସମର୍ଥନ ଜଣାଇଥିଲେ । ତେଣୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଧ୍ୱନିମତ ସଂଗ୍ରହ କରିଥିଲେ । ଯେଉଁଥିରେ ଓମ୍ ବିର୍ଲା ବିଜୟୀ ହୋଇଥିବା ନେଇ ଗୃହରେ କହିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ।

Leave a Reply

Your email address will not be published. Required fields are marked *