January 22, 2026

ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ

1 min read

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି।

ଭୁବନେଶ୍ବର ସମ୍‌ ଅଲ୍ଟିମେଟ୍‌ ମେଡିକେୟାର୍‌ ପକ୍ଷରୁ କୁହାଯାଇଛି ଯେ, ନବୀନ ପଟ୍ଟନାୟକଙ୍କୁ ଆଜି ସନ୍ଧ୍ୟା ୫ଟା ୧୫ ମିନିଟ୍‌ରେ ଡିହାଇଡ୍ରେସନ୍‌ ହେତୁ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି।

ତେବେ ନବୀନ ପଟ୍ଟନାୟକ ଅସୁସ୍ଥ ହେବା ଖବର ଜଣାପଡ଼ିବା ପରେ ଧୀରେଧୀରେ ହସ୍‌ପିଟାଲ ଆଡ଼କୁ ଦଳୀୟ ନେତାମାନଙ୍କର ଆଗମନ ହେଉଛି। ଭିଡ଼ ଆଶଙ୍କା କରି କମିସନରେଟ ପୁଲିସ ସତର୍କ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।