May 1, 2025

ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

1 min read

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ମାର୍ଚ୍ଚ ୨୬ ତାରିଖ ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିବେ। ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇବେ। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହର ଆୟୋଜନ କରାଯାଉଛି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ରହିବେ।

ସଚନାଯୋଗ୍ୟ, ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ଏ ନେଇ ଦିନକ ପୂର୍ବରୁ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତିଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଥିବା ସଂପର୍କରେ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସୁପ୍ରିମକୋର୍ଟ କଲେଜିୟମ୍‌ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଏ ସଂକ୍ରାନ୍ତରେ ଗତ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା।