March 12, 2026

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପରୀକ୍ଷା

1 min read

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ଗ୍ରାଜୁଏଟ ଲେଭାଲ (ସିଜିଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା ୧୭୩ଟି ଗ୍ରୁପ ‘ବି’ ଓ ଗ୍ରୁପ ‘ସି’ ପଦବୀ ପୂରଣ ହେବ।

ଏହି ପରୀକ୍ଷା ପାଇଁ ଏବେ ଓଏସଏସସି ପକ୍ଷରୁ ଅନଲାଇନ ଆବେଦନ ଆରମ୍ଭ ହୋଇଛି। ଆବେଦନର ଶେଷ ତାରିଖ ଡିସେମ୍ବର ୨୮।

ଆପଣମାନେ ଏହି ସିଜିଏଲ ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଥିଲେ, ଜାଣନ୍ତୁ କେମିତି କରିବେ ଆବେଦନ।
ଏହି ସବୁ ପଦବୀ ପାଇଁ ଏସଏସସି ପକ୍ଷରୁ ପ୍ରଥମେ ପ୍ରିଲିମିନାରି ପରୀକ୍ଷା କରାଯିବ। ଏଥିରେ ଭଲ କରିଥିବା ପ୍ରାର୍ଥୀଙ୍କ ନାମକୁ ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ମେରିଟ ଲିଷ୍ଟ ବାହାର କରାଯିବ। ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷାରେ ଚୟନ ହୋଇଥିବା ପ୍ରାର୍ଥୀଙ୍କର ଇଣ୍ଟରଭ୍ୟୁ ଓ ସାର୍ଟିଫିକେଟ ଯାଞ୍ଚ କରାଯାଇ ବିଭିନ୍ନ ପଦବୀରେ ନିଯୁକ୍ତି ଦିଆଯିବ।ଏହି ପରୀକ୍ଷା କେବେ ହେବ, ସେନେଇ ଓଏସଏସସି ପକ୍ଷରୁ ଆଗକୁ ସୂଚନା ଦିଆଯିବ। ଏହି ପରୀକ୍ଷା ଓ ପଦବୀ ସମ୍ବନ୍ଧୀୟ ଅଧିକ ସୂଚନା ଓଏସଏସସି ୱେବସାଇଟରେ ଉପଲବ୍ଧ।