July 27, 2024

ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

1 min read

ପାପଡାହାଣ୍ଡି: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସିରିସୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପାଳପୁର ନଦୀ ନିକଟରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରବର୍ତ୍ତୀ ସମୟରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କୋରାପୁଟ ଚିକିତ୍ସାଳୟରେ ତାଙ୍କ ମୃତ୍ୟୁ ଘଟିଥିଲା।

ସୂଚନା ଅନୁଯାୟୀ ପାଳପୁର ଗ୍ରାମର ସମଧୁ ଅମନତ୍ୟା (୬୦) ଗତକାଲି ରାତ୍ରି ୯ଟା ସମୟରେ ଖାଇ ସାରିବା ପରେ ଗାଁ ନିକଟରେ ରହିଥିବା ନିଜ ଚାଷ ଜମିକୁ ଶୋଇବା ପାଇଁ ଯାଉଥିଲେ। ଏହି ସମୟରେ ଗାଁ ନଦୀ ନିକଟରେ ଭାଲୁ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲା। ପ୍ରାଣ ବିକଳରେ ସେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିଥିଲେ। କିଛି ଗ୍ରାମବାସୀ ତାଙ୍କ ଚିତ୍କାର ଶୁଣି ତାଙ୍କୁ ଉଦ୍ଧାର କରିଥିଲେ। ଗ୍ରାମବାସୀ ଓ ପରିବାର ସଦସ୍ୟ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ଯୋଗୁଁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମଧୁଙ୍କ ମୃତ୍ୟୁ ଘଟିଥିଲା।

Leave a Reply

Your email address will not be published. Required fields are marked *