January 21, 2025

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ

1 min read

ପୁରୀ: ରଥ ଉପରୁ ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ଚାରମାଳ ଉପରେ ପ୍ରଭୁ ବଳଭଦ୍ର ଖସିପଡ଼ିବା ଘଟଣାକୁ ନେଇ ସାରା ରାଜ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଅଘଟଣ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ହୃଦୟକୁ ଆଘାତ କରିଛି। ଏହାରି ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଦିନ ଚିଠି ଲେଖିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।

ନବୀନ ପଟ୍ଟନାୟକ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି, “ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ। ଆମ ବିଶ୍ଵାସର କେନ୍ଦ୍ରବିନ୍ଦୁ। ଆଡ଼ପ ମଣ୍ଡପ ପହଣ୍ଡି ବିଜେ ସମୟରେ ଯେଉଁଭଳି ଅଘଟଣ ଘଟିଲା ତାହା ସାରା ବିଶ୍ଵରେ ଥିବା କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଛି। ବ୍ୟକ୍ତିଗତ ଭାବେ ମୁଁ ମଧ୍ୟ ଏହି ଅଘଟଣ ପାଇଁ ଅତ୍ୟନ୍ତ ମର୍ମାହତ।”ନବୀନ ପଟ୍ଟନାୟକ ଆହୁରି ଲେଖିଛନ୍ତି ଯେ, ଏଭଳି ସ୍ପର୍ଶକାତର ଘଟଣା ଶ୍ରୀଜଗନ୍ନାଥ ପ୍ରେମୀଙ୍କ ମନରେ ଆଘାତ ଦେଇଥିବାବେଳେ ରାଜ୍ୟ ମନ୍ତ୍ରୀମଣ୍ଡଳର କିଛି ସଦସ୍ୟଙ୍କ ମନ୍ତବ୍ୟ ସେମାନଙ୍କ ଦୁଃଖକୁ ଦ୍ଵିଗୁଣିତ କରିଛି। ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି। ସରକାରଙ୍କର ଏଭଳି ଅଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତ କରିବାରେ ସମର୍ଥ ହେଲାନାହିଁ। ଆଗାମୀ ଦିନରେ ଯେମିତି ଏଭଳି ଘଟଣାର ପୁନରାବୃତ୍ତି ନହୁଏ ତାହା ସୁନିଶ୍ଚିତ କରିବାକୁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।

Leave a Reply

Your email address will not be published. Required fields are marked *