May 22, 2025

୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଆଜିଠୁ ଖରା ଛୁଟି

1 min read

CREATOR: gd-jpeg v1.0 (using IJG JPEG v80), quality = 60

ଭୁବନେଶ୍ବର: ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ। ସବୁଠି ପାରଦ ସର୍ବୋଚ୍ଚ ସ୍ତରରେ ପହଞ୍ଚିବ। ଗୋଟିଏ ଦୁଇଟି ସ୍ଥାନରେ ତାତି ୪୮ ଡିଗ୍ରି ଛୁଇଁପାରେ। ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ, ନୂଆପଡ଼ା, ବରଗଡ, କଳାହାଣ୍ଡି, ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା‌, ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ପାଗ ରହିବାର ସମ୍ଭାବନା ରହିଛି। ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲାରେ ଉଷ୍ମ ରାତି ରହିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟାରେ ୩୦ରୁ ୪୦ କିମି ବେଗରେ ପବନ ସହିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପରିସ୍ଥିତିର ଗମ୍ଭୀରତା ଦେଖି ସତର୍କତା ଅବଲମ୍ବନ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି।