September 21, 2026

ଆଜି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

1 min read

ଭୁବନେଶ୍ୱର: ପ୍ରବଳ ଖରା ପରେ ଓଡ଼ିଶାରେ ଏବେ ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଆରମ୍ଭ ହୋଇଛି। ଶନିବାର ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ମାର୍ଚ୍ଚ ୨୪ ତାରିଖ ଯାଏଁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।

ଶନିବାର ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ସାମିଲ ରହିଛି।

ରାଜ୍ୟରେ ଏବେ ବର୍ଷା ପ୍ରଭାବରେ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାତିରୁ ଆଶ୍ଵସ୍ତି ମିଳିଛି। ତେବେ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ମାତ୍ରାଧିକ ଖରା ହେଉଥିବା ଦେଖିବାକୁ ମିଳିଛି।