May 13, 2025

ସଂସଦ ଭବନରେ ସର୍ବଦଳୀୟ ବୈଠକ

1 min read

ନୂଆଦିଲ୍ଲୀ : ଭାରତ-ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଚିଲିଛି ବୈଠକ । ସଂସଦ ଭବନରେ ବସିଥିବା ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, କିରଣ ରିିଜିଜୁ, ବୈଦେଶିକ ମନ୍ତ୍ରୀ ଏସ୍‍ ଜୟଶଙ୍କର, ବିଜେପି ଅଧ୍ୟକ୍ଷ ଜେ.ପି ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜ୍ଜୁନ ଖଡଗେ, ରାହୁଲ ଗାନ୍ଧୀ ପ୍ରମୁଖ ଉପସ୍ଥିତ ରହିଛନ୍ତି । ଅପରେସନ ସିନ୍ଦୂର ପରେ ଏହି ସର୍ବଦଳୀୟ ବୈଠକ ବସିଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେଉଛି । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ସୁରକ୍ଷାକୁ ନେଇ ମୋଦୀଙ୍କୁ ଭେଟିଛନ୍ତି ଏନଏସଏ ଅଜିତ ଡୋଭାଲ ।