ପଦ୍ମଶ୍ରୀ ମାଗୁଣି ଚରଣଙ୍କର ବିୟୋଗ
1 min read
ଭୁବନେଶ୍ୱର,: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣଙ୍କର ବିୟୋଗ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝର ଜିଲାର ଗୁରୁ ମାଗୁଣି କୁଅଁରଙ୍କର ଓଡ଼ିଶାର ଲୁପ୍ତପ୍ରାୟ କଣ୍ଢେଇ ନାଚ ପରମ୍ପରାକୁ ଉଜ୍ଜିବୀତ କରି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ଗୁରୁ ମାଗୁଣି କୁଅଁରଙ୍କ ବିୟୋଗ ଓଡ଼ିଶାର ପାରମ୍ପରିକ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।
ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।