September 16, 2026

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ

1 min read

ପୁରୀ: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ପୁଣି ଭାଇରାଲ ହୋଇଛି। ଗରୁଡ଼ ସ୍ତମ୍ଭ ପାଖରୁ ଗର୍ଭ ଗୃହର ଫଟୋ ଏବଂ କୀର୍ତ୍ତନ ଚକଡ଼ାର ଫଟୋ ଉଠାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି। ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ଭକ୍ତ ଉଠାଇଥିବା ଫଟୋକୁ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ଭକ୍ତଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।