July 27, 2024

ପୋଲିସ-ମାଓବାଦୀ ଗୁଳି ବିନିମୟ, ୧୨ ମାଓବାଦୀ ନିହତ

1 min read

CREATOR: gd-jpeg v1.0 (using IJG JPEG v80), quality = 82

ଛତିଶଗଡ଼: ଛତିଶଗଡ଼ର ବିଜାପୁର ଜିଲ୍ଲାର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଶୁକ୍ରବାର ଗୁଳି ବିନିମୟ ହୋଇଛି। ଏଥିରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଜାପୁରର ପିଡ଼ିଆ ଜଙ୍ଗଲରେ ୩୦ରୁ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ଏବଂ ସିଆରପିଏଫ ପକ୍ଷରୁ ଉକ୍ତ ଅଞ୍ଚଳରେ କମ୍ବିଙ୍ଗ ଅପରେସନ ଆରମ୍ଭ ହୋଇଥିଲା।

କମ୍ବିଙ୍ଗ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୧୨ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ। ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ଏହାସହ ମାଓ କ୍ୟାମ୍ପରୁ ବିପୁଳ ବିପୁଳ ପରିମାଣରେ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ସମଗ୍ର ଅଞ୍ଚଳକୁ ସିଲ୍ କରାଯାଇ ସର୍ଚ୍ଚ ଅପରେସନ ଜାରି ରଖାଯାଇଛି।

Leave a Reply

Your email address will not be published. Required fields are marked *