November 6, 2026

୧୧ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

1 min read

ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ୧୫ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ରୂପ ନେବାର ସମ୍ଭାବନା ଶୂନ୍‌ରୁ ୩୩% ରହିଛି ବୋଲି ପାଣିପାଗ ବିଭାଗ କହିଛି; କିନ୍ତୁ, ପରବର୍ତ୍ତୀ ସମୟରେ ସମ୍ଭାବ୍ୟ ଅବପାତ କେତେଦୂର ଘନୀଭୂତ ହେବ, କେଉଁ ଆଡ଼କୁ ଗତି କରିବ ଏବଂ କେତେ ଶକ୍ତିଶାଳୀ ରହିବ, ସେ ସଂପର୍କରେ କୌଣସି ସ୍ପଷ୍ଟ ଆକଳନ କରାଯାଇ ନାହିଁ। ଅନ୍ୟପଟେ, ଆଜି ପୂର୍ବ ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଆସନ୍ତା ୨ ଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।