୨ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ନୂଆଦିଲ୍ଲୀ ଫେରି ଯାଇଛନ୍ତି।
1 min read
ଭୁବନେଶ୍ବର: ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି। ୨ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ନୂଆଦିଲ୍ଲୀ ଫେରି ଯାଇଛନ୍ତି। ସକାଳ ୯ଟା ସମୟରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।