ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା
1 min read
ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ କହିଛନ୍ତି, ମକର ସଂକ୍ରାନ୍ତିରେ ଆମ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା। ରାଶି ଏବଂ ଗୁଡ଼ର ମିଠାରେ ପରିପୂର୍ଣ୍ଣ, ଭାରତୀୟ ସଂସ୍କୃତି ଏବଂ ପରମ୍ପରାର ଏହି ଦିବ୍ୟ ଅବସର ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସଫଳତା ଆଣିଦିଏ। ସୂର୍ଯ୍ୟ ଦେବତା ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ ବୋଲି କହିଛନ୍ତି।
ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଉତ୍ସାହ, ଉଦ୍ଦୀପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଓଡ଼ିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଏକତା ଓ ସଂହତିକୁ ଆହୁରି ସୁଦୃଢ଼ କରୁ। ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରଗତିର ଧାରା ଅବ୍ୟାହତ ରହୁ ଏବଂ ପ୍ରତ୍ୟେକ ପରିବାରରେ ହସଖୁସି ଭରିଯାଉ ବୋଲି ସେ କହିଛନ୍ତି।


