୨୯ରେ ପୁଣି ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
1 min read
ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲସିଂ ତୋମର୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଓ ବାଲେଶ୍ବରରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର
କରିବେ। ଉଭୟ ସ୍ଥାନରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ଶେଷ ପ୍ରଚାର ବୋଲି କୁହାଯାଉଛି। ଏଣେ ଆସନ୍ତା ୨୫ ତାରିଖରେ ପୁଣି ଓଡ଼ିଶା ଆସିବେ
କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସେ ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ଉଦବୋଧନ ଦେବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ।