February 12, 2026

ମେଡିକାଲ କଲେଜରେ ରାଗିଂ

1 min read

ବ୍ରହ୍ମପୁର : ବ୍ରହ୍ମପୁରଏମକେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ । ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିୟର ଛାତ୍ର ମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି । ରାଗିଂ ଘଟଣାରେ ଏମକେସିଜି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବାର ସୂଚନା ରହିଛି। ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନାନୁସାରେ,କିଛି ଦିନ ତଳେ ମଧ୍ୟ ଏମକେସିଜି ମେଡିକାଲ କଲେଜର ଜଣେ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ସହ ଆକ୍ରମଣ ହୋଇଥିଲା । ଅଭିଯୁକ୍ତ ୪ ସିନିଅର୍ ଛାତ୍ରଙ୍କୁ କଲେଜ କ୍ୟାମ୍ପସରୁ ବ୍ୟାନ୍ କରିଥିଲେ କର୍ତୃପକ୍ଷ ।