March 27, 2025

ପୁଣି ବର୍ଷା ବଢ଼ିଲା ଚାଷୀ ଚିନ୍ତା

1 min read

Water flowing along the street curb during heavy rain. Close up of splashing raindrops and air bubbles.

ଭୁବନେଶ୍ବର: ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ତାରିଖ ଠାରୁ ଦୁଇଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡ଼ି ହୋଇପାରେ।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି। ଫଳରେ ଡିସେମ୍ବର ୨୪ ତାରିଖରେ ରାଜ୍ୟର ୭ଟି ଜିଲ୍ଲାରେ ହାଲୁକରୁ ମଧ୍ୟମଧରଣର ବର୍ଷା ଆକଳନ କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାରେ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ଯମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ଗତ କିଛିଦିନ ହେବ ପାଣିପାଗରେ ପରିବର୍ତ୍ତନ ଦେଖାଯାଇଛି। ୫ଦିନର ବର୍ଷାପାଗ ‌ପରେ ଆଜିଠୁ ଏଥିରେ ପରିବର୍ତ୍ତନ ହୋଇଛି। ଶୁଖିଲା ପାଗ ଆରମ୍ଭ ହେବା ‌ଫଳରେ ଚାଷୀମାନଙ୍କୁ ଆଶ୍ବସ୍ତି ମିଳିଛି। ଧାନ ଫସଲ ଅମଳ ସମୟ ହୋଇଥିବାରୁ ଚାଷୀମାନେ ଆସନ୍ତାକାଲିଠାରୁ ଫସଲର ରକ୍ଷଣାବେକ୍ଷଣ କରିବାକୁ ଚିନ୍ତା କରୁଛନ୍ତି। ଏହାରି ମଧ୍ୟରେ ସମ୍ଭାବିତ ବର୍ଷା ପୁଣି ଥରେ ଚାଷୀମାନଙ୍କର ଚିନ୍ତା ବଢ଼ାଇ ଦେଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ ବର୍ଷା ବ୍ୟତୀତ କୁହୁଡ଼ି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ରବିବାର ଏବଂ ସୋମବାର ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାରେ କୁହୁଡ଼ି ପଡ଼ିପାରେ। ଏସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ମିଟର ତଳକୁ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ ପକ୍ଷରୁ କୁହାଯାଇଛି ଯେ, ଡିସେମ୍ବର ୨୬ରୁ ୨୮ ତାରିଖ ଯାଏଁ ପାଗ ଶୁଖିଲା ରହିବ। ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ଶୀତର ପ୍ରଭାବ ବଢ଼ିବ।