Categories

February 8, 2026

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି

1 min read

ଭୁବନେଶ୍ବର: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୬୦.୮ ମିମି, ଖୋର୍ଧାରେ ୪୮ ମିମି, କେନ୍ଦ୍ରାପଡ଼ାରେ ୪୧.୮ ମିମି ଓ ରାଜଧାନୀ ଭୁବନେଶ୍ବରରେ ୨୫.୬ ମିମି ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ବି ଅଳ୍ପ ବହୁତ ବର୍ଷା ହୋଇଯାଇଛି। ମୌସୁମୀ ଟ୍ରଫ୍‌ ଏବେ ହାରାହାରି ସମୁଦ୍ର ପତ୍ତନରେ ଅମୃତସର, ଚଣ୍ଡିଗଡ଼, ଶାହାଜାହାନପୁର, ଲକ୍ଷ୍ନୌ, ବାଙ୍କୁରା ‌ଦେଇ ଦକ୍ଷିଣ-ପୂର୍ବ ଦିଗରେ ବଙ୍ଗୋପସାଗରର ଉତ୍ତର-ପୂର୍ବ ଅଞ୍ଚଳକୁ ଗତି କରୁଛି। ଫଳରେ ରାଜ୍ୟରେ ବର୍ଷା ଜାରି ରହିବା ସହ ଆସନ୍ତା ୭ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଓ ପ୍ରଭାବ ବଢ଼ିବ। ୭ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ।