March 10, 2026

ଆସୁଛି ବର୍ଷା। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି

1 min read

ଭୁବନେଶ୍ଵର: ଆସୁଛି ବର୍ଷା। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ ଗୋଆ ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ସମାନ ଅଞ୍ଚଳରେ ଲୋ ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ। ପରେ ଅଧିକ ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।