September 21, 2026

ପୁରୀରେ ପର୍ଯ୍ୟଟକଙ୍କ ପାଇଁ ଲାଗୁ କଟକଣା ପ୍ରତ୍ୟାହୃତ

1 min read

ପୁରୀ: ବାତ୍ୟା ‘ଦାନା’ ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ତେବେ ବାତ୍ୟା ଲ୍ୟାଣ୍ଡଫଲ କରି ସାରିଥିବା ବେଳେ ପୁରୀକୁ ଏତେ ଅଧିକ ପ୍ରଭାବିତ କରିନାହିଁ।ତେଣୁ ବର୍ତ୍ତମାନ ପର୍ଯ୍ୟଟକମାନଙ୍କ ପାଇଁ ଲାଗୁ ହୋଇଥିବା କଟକଣାକୁ ପ୍ରଶାସନ ପ୍ରତ୍ୟାହାର କରିନେଇଛି। କୋଣାର୍କ ସୂର୍ଯ୍ୟମନ୍ଦିରକୁ ମଧ୍ୟ ରହିଥିବା ଦର୍ଶନ କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ପୂର୍ବ ଭଳି ମହାପ୍ରଭୁଙ୍କ ଦର୍ଶନ, ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିପାରିବେ ଓ ସମୁଦ୍ର କୂଳ ବୁଲି ପାରିବେ। ତେବେ ସମୁଦ୍ର ଏବେ ବି ଅଶାନ୍ତ ରହିଥିବାରୁ ପର୍ଯ୍ୟଟକମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ଜିଲାପାଳ କହିଛନ୍ତି ଯେ, ଜିଲ୍ଲାରେ ବାତ୍ୟାର ପ୍ରଭାବ ଏତେ ବ୍ୟାପକ ହୋଇ ନାହିଁ କିମ୍ବା ଅଧିକ ବର୍ଷା ମଧ୍ୟ ହୋଇ ନାହିଁ। କିନ୍ତୁ ଆଗକୁ ବର୍ଷାର ସୂଚନା ରହିଥିବାରୁ ଜନ ସାଧାରଣ ଓ ପର୍ଯ୍ୟଟକ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି।