August 13, 2026

ସ୍ନାନ ଯାତ୍ରା ପାଇଁ ପୁରୀରେ ସୁରକ୍ଷା ଓ ଟ୍ରାଫିକ୍ କଟକଣା ପାଇଁ ଶନିବାର ଆସିଲା ନିୟମ

1 min read

ପୁରୀ : ସୋମବାର ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ଅର୍ଥାତ୍ ପବିତ୍ର ସ୍ନାନପୂର୍ଣ୍ଣିମା। ସ୍ନାନ ଯାତ୍ରା ପାଇଁ ପୁରୀରେ ସୁରକ୍ଷା ଓ ଟ୍ରାଫିକ୍ କଟକଣା ପାଇଁ ଶନିବାର ଆସିଲା ନିୟମ। ଏନେଇ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ଦେଇଛନ୍ତି, ପୁରୀ ଏସପି ପ୍ରତୀକ ସିଂହ। ଶ୍ରୀମନ୍ଦିରକୁ ସଂଯୋଗ ରାସ୍ତାରେ ଯାନବାହନ ଚଳାଚଳ ନିଷିଦ୍ଧ ରହିବ। ସିଂହଦ୍ୱାର ଦେଇ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ସିସିଟିଭି ନଜରରେ ରହିବ ବଡଦାଣ୍ଡ ଓ ଶ୍ରୀମନ୍ଦିର। ଶ୍ରୀମନ୍ଦିର ଭିତରେ ୫୨ଟି ସିସିଟିଭି ଲଗାଯାଇଛି। ଶ୍ରୀମନ୍ଦିର ବାହାରେ ୨୫୦ ସିସିଟିଭି ଲଗାଯାଇଛି। ସହରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ୩୦ଟି ସିସିଟିଭି ଲଗାଯାଇଛି।

ଗାଡି ପାର୍କିଂ ନେଇ ପୁରୀ ପୁଲିସ ଆଡଭାଇଜରୀ ଜାରି କରାଯାଇଛି। ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି ଜୋରସୋରରେ ହେଉଛି। ସୁରକ୍ଷା ବ୍ୟବସ୍ଥା ପାଇଁ ୭୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ୨୦୦ ସିସିଟିଭି କ୍ୟାମେରା ନଜରରେ ରହିବ ପୁରା ସହର।ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରୁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ ରହିବ। ଦକ୍ଷିଣ ଦ୍ୱାର ଦେଇ ପରିମାଣିକ ଟିକେଟ ଦର୍ଶନଧାରୀ ପ୍ରବେଶ କରିବେ। ନିର୍ଦ୍ଧାରିତ ଟ୍ରାଫିକ୍ ରୁଟ୍ ଅନୁଯାୟୀ ଗାଡି ପାର୍କିଂ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରରୁ ଯାଉଥିବା ଗାଡି ପାଇଁ ମାର୍କେଟ ଛକରେ ପାର୍କିଂ ବ୍ୟବସ୍ଥା। ମାତ୍ର ଶ୍ରୀମନ୍ଦିରକୁ ସଂଯୋଗ ରାସ୍ତାରେ ଯାନବାହନ ଚଳାଚଳ ନିଷିଦ୍ଧ ରହିଛି।