ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ ଅନୁଷ୍ଠିତ
1 min read
ପୁରୀ: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସୁରକ୍ଷା ବୈଠକରେ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା।
ତେବେ ସ୍ନାନପୂର୍ଣ୍ଣିମା ପାଇଁ ପୁରୀ ସହରକୁ ଜଗିବା ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୪ ଏସ୍ପି ର଼୍ୟାଙ୍କର କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। ଭକ୍ତମାନଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ମୁଖ୍ୟତଃ ଫୋକସ ରହିବ।