୩୧ ତାରିଖ ଯାଏଁ ଛେଚିବ ବର୍ଷା
1 min readଭୁବନେଶ୍ୱର : ଆସନ୍ତା ୩୧ ତାରିଖ ଯାଏଁ ଛେଚିବ ବର୍ଷା । ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୫ଟି ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର। ଏହି ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ତେଣୁ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ କରିଦିଆଯାଇଛି