January 24, 2026

ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ

1 min read

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ ହୋଇଛନ୍ତି। ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଛି। ଏଥି ସହିତ ବିଏମ୍‌ସିର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି।

ବିଜେପି କାର୍ଯ୍ୟାଳୟରେ ପହଞ୍ଚିବା ପୂର୍ବରୁ ଜଗନ୍ନାଥ ପ୍ରଧାନ ଆଜି ସନ୍ଧ୍ୟାରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଲେଖିଥିଲେ, ରାଜ୍ୟରେ ଦୁଇଦିନ ହେବ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି।
ଶ୍ରୀ ପ୍ରଧାନ କହିଛନ୍ତି, ମୁଁ ଆଗରୁ କହିଛି, ଏବେ ବି କହୁଛି, ଏହି ଘଟଣା ଦୁଖଦାୟକ ଓ ନିନ୍ଦନୀୟ। ଏହାକୁ ମୁଁ କଡ଼ା ଶଦ୍ଦରେ ନିନ୍ଦା କରୁଛି। ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି। ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସଂପୂର୍ଣ୍ଣ ସହଯୋଗ କରିବି।