ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନସିପ୍
1 min read
ଛତ୍ରପୁର: ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିଅମ୍ରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନସିପ୍ରେ ଛତ୍ରପୁର ଅନସ୍ଲୋ ସରକାରୀ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ମିକି ବେହେରା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଅଣ୍ଡର-୧୭ ବାଳିକା ବର୍ଗର ୪୮-୫୦ କିଲୋଗ୍ରାମ ଓଜନ ବର୍ଗରେ ସେ ଏହି ସଫଳତା ହାସଲ କରିବା ସହ ଆଗାମୀ ଜାତୀୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି।
ମିକି ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ନାଉଳି ଗ୍ରାମର ବୁଲୁ ବେହେରାଙ୍କ ଝିଅ। ତାଙ୍କ ଏହି ସଫଳତା ପାଇଁ ବିଇଓ ସୁଚିତ୍ରା ପାଣିଗ୍ରାହୀଙ୍କ ସମେତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ସହପାଠୀ ଓ ଅଭିଭାବକମାନେ ଶୁଭେଚ୍ଛା ଜଣାଇଛନ୍ତି।


