ରାଜ୍ୟ ପୁଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍ଯାପିତ
1 min read
ଭୁବନେଶ୍ବର: ବୈରୀ ଠାରେ ଗତ ୨୬ ତାରିଖ ଠାରୁ ଆରମ୍ଭ ହୋଇଥିବା ୫୪ତମ ରାଜ୍ୟ ପୁଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଅଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ, (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏକ ବର୍ଣ୍ଣାଢ଼୍ୟ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ସେ ବିଭିନ୍ନ ବିଭାଗରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପ୍ରତିଯୋଗୀ ଓ ଦଳମାନଙ୍କୁ ଟ୍ରଫି ଓ ନଗଦ ଅର୍ଥ ରାଶି ପୁରସ୍କାର ପ୍ରଦାନ କରିଥିଲେ। ମୁଖ୍ୟ ଅତିଥି ସଞ୍ଜୟ କୁମାର ତାଙ୍କ ବକ୍ତବ୍ୟରେ ଅଂଶ ଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଜଣାଇବା ସହ ସଫଳତା ଅର୍ଜନ କରିଥିବା ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।


