June 6, 2025

ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ

1 min read

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ – ସେମାନେ ହେଉଛନ୍ତି ସରକାରଙ୍କ ପ୍ରଥମ ପ୍ରାଥମିକତା। ବହୁତ ମୂଲ୍ୟବାନ ସରକାରୀ ଜମି ଜବରଦଖଲରେ ଅଛି। ସେହି ସରକାରୀ ଜମିକୁ ଜବରଦଖଲ ମୁକ୍ତ କରି ସୁରକ୍ଷିତ ରଖିବା ନିମନ୍ତେ ଶ୍ରୀ ମାଝୀ ଆହ୍ୱାନ ଦେଇଛନ୍ତି। ଆଗାମୀ ଦିନରେ ସରକାର ରାଜସ୍ୱ କ୍ଷେତ୍ରରେ ଅନେକ ସଂସ୍କାର ଆଣିବେ ତେଣୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।