ରାଜ୍ୟର ୧୭ଶ ବିଧାନସଭାର ୭ମ ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ
1 min read
ଭୁବନେଶ୍ୱର: ରାଜ୍ୟର ୧୭ଶ ବିଧାନସଭାର ୭ମ ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ। ଏହା ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ।
ଆଜି (ଗୁରୁବାର) ବିଧାନସଭା ସଚିବାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଅଧିବେଶ ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ ।ସେପ୍ଟେମ୍ବର ୨୬ ଓ ୨୭ ତାରିଖ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ । ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ।


