July 13, 2025

ଧକ୍କା ଦେଲା ବସ୍‌

1 min read

ମାଲକାନଗିରି: ମାଲକାନଗିରି ଜିଲା ଏମ୍‌ଭି-୭ ଗାଁ ନିକଟରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଏକ ବାଇକ୍‌ ଯୋଗେ ୩ଜଣ ଯୁବକ ଯାଉଥିଲେ। ହେଲେ ଏମ୍‌ଭି-୭ ଗାଁ ନିକଟରେ ବିପରିତ ଦିଗରୁ ଆସୁଥିବା ଏକ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍‌ରେ ଥିବା ୩ଜଣଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି