October 23, 2024

ତୃତୀୟ ମହଲାକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର : ବିଧିବଦ୍ଧ ଭାବରେ ଲୋକସେବା ଭବନର ତୃତୀୟ ମହଲାରେ ହେଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ | ଆଜି ଲୋକସେବା ଭବନରେ ପୂଜାର୍ଚ୍ଚନା ସାରି ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନରେ ପ୍ରବେଶ କରିଥିଲେ। ଯେଉଁ ଚାମ୍ବରରେ ନବୀନ ବସୁଥିଲେ ସେହି ଚାମ୍ବରରେ ବସିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେବଳ ବଦଳିଲା ଟେବୁଲ ଆଉ ଚେୟାରର ଦିଗ ।୨୨ ଦିନ ହେଲା ରାଜ୍ୟ ଅତିଥି ଭବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ।

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସଜେଇ ହୋଇଛି ଲୋକସେବା ଭବନ ପରିସର। ବିଭିନ୍ନ ରଙ୍ଗ ବେରଙ୍ଗ ଫୁଲ ଓ ରଙ୍ଗୋଲିରେ ଲୋକସେବା ଭବନକୁ ସଜା ଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ।

Leave a Reply

Your email address will not be published. Required fields are marked *