October 27, 2024

ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

1 min read

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିଲ୍ଲୀରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଉଭୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସକାଳେ ରାଜଘାଟରେ ପହଞ୍ଚିଥିଲେ। ଏଠାରେ ସେ ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ପୁଷ୍ପ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ସେ ରାଜଘାଟ ନିକଟରେ ଥିବା ସଦୈବ ଅଟଳ ମେମୋରିଆଲ ଯାଇ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଶନିବାର କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ସାକ୍ଷାତ କରିଛନ୍ତି। ଏହାପରେ ସେ ଦିନ ୧ଟାରେ ଦିଲ୍ଲୀର ତ୍ୟାଗରାଜ ନଗରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି।

ସନ୍ଧ୍ୟା ୬ଟାରେ ହଚଖାସ୍ ଜଗନ୍ନାଥ ମନ୍ଦିରରେ ପ୍ରବାସୀ ଓଡ଼ିଆଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ସେପଟେ ଶ୍ରଦ୍ଧା ସୁମନ ଅର୍ପଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଅଟଳ ବିହାରୀ ବାଜପେୟୀଙ୍କ ଦ୍ଵାରା ଅନୁପ୍ରାଣିତ ହୋଇ ମୁଁ ରାଜନୀତିକୁ ଆସିଥିଲି। ଦେଶ ପାଇଁ ତାଙ୍କ ଅବଦାନ ଅତୁଳନୀୟ। ୨୦୩୬ ସୁଦ୍ଧା ବିକଶିତ ଓଡିଶା ଏବଂ ନୂଆ ଓଡିଶା ଗଠନ ଦିଗରେ କାର୍ଯ୍ୟ କରାଯିବ।

Leave a Reply

Your email address will not be published. Required fields are marked *