May 12, 2025

ଆପଣମାନଙ୍କ ଦାବି ଶୁଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବ୍ରହ୍ମପୁରକୁ ଆସିବ

1 min read

ଭୁବନେଶ୍ୱର: ୨୦୩୬ରେ ଓଡ଼ିଶା ତାର ଶହେ ବର୍ଷ ପୂରଣ କରୁଛି। ଏହି ସମୟ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମର ଲକ୍ଷ୍ୟ ରହିଛି। ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଶିକ୍ଷାର ମହତ୍ବପୂର୍ଣ୍ଣ ଭୂମିକା ରହିବ। ତେଣୁ ଉଭୟ ପ୍ରାଥମିକ ଓ ଉଚ୍ଚଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଆମ ସରକାର ବଦ୍ଧପରିକର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଭୀମପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ବିଦ୍ୟାଳୟର ପ୍ରତିଷ୍ଠାତା ଆଦର୍ଶ ଶିକ୍ଷକ ସ୍ବର୍ଗତ ଭଗବାନ ପଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୨୪ ମସିହା ମାର୍ଚ୍ଚ ୧୫ ତାରିଖରେ ଏହି ବିଦ୍ୟାଳୟ ତାର ଶିକ୍ଷାଦାନର ଯାତ୍ରା ଆରମ୍ଭ କରି ଦୀର୍ଘ ୧୦ ଦଶନ୍ଧୀ ଧରି ସୀମାନ୍ତ ଅଂଚଳରେ ଜ୍ଞାନର ଆଲୋକ ବିକିରଣ କରିଆସୁଛି। ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଶିକ୍ଷାଦାନ ବ୍ୟବସ୍ଥା ଗୁରୁ ଶିଷ୍ୟ ପଦ୍ଧତିରେ କେଉଁ ଆବାହମାନ ଯୁଗରୁ ରହିଆସିଛି। ବ୍ରିଟିଶ ସରକାର ଆସିବା ପରେ ଶିକ୍ଷାନୀତି ପ୍ରଚଳିତ ହୋଇଥିଲା। ସେତେବେଳ ଶିକ୍ଷାର ସବୁଠାରୁ ବଡ ଉଦ୍ଦେଶ୍ୟ ଥିଲା, ବ୍ରିଟିଶ ସରକାରଙ୍କ ପାଇଁ କିରାଣୀ ଓ ଅଧିକାରୀ ପ୍ରସ୍ତୁତ କରିବା। ଜ୍ଞାନ ଆହରଣ, ଚରିତ୍ର ଗଠନ ସେହି ଶିକ୍ଷା ପଦ୍ଧତିର ଉଦ୍ଦେଶ୍ୟ ନ ଥିଲା। ଏହି ଶିକ୍ଷା ପଦ୍ଧତି ସ୍ବାଧୀନତା ପରବର୍ତ୍ତୀ ସମୟରେ ବହୁ ବର୍ଷ ଧରି ଚାଲି ଆସିଥିଲା।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଦ୍ୟାଳୟର ଉଦ୍ଦେଶ୍ୟ ହେଉଛି ପାଠ ପଢ଼ାଇ ପିଲାଙ୍କୁ ଉତ୍ତମ ନାଗରିକ ଭାବେ ଗଢ଼ି ସମାଜ ଗଠନର ଗୁରୁ ଦାୟିତ୍ବ ନ୍ୟସ୍ତ କରିବା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ଶାସନଭାର ନେଲା ପରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି। ୨୦୨୦ ମସିହାରେ ମୋଦୀଙ୍କ ଦିଗ୍‌ଦର୍ଶନରେ ନୂତନ ଶିକ୍ଷାନୀତି ଦେଶରେ ପ୍ରଣୟନ ହୋଇଥିଲା। ଦୁର୍ଭାଗ୍ୟର କଥା, ଆମ ରାଜ୍ୟରେ ଏହି ନୂତନ ଶିକ୍ଷା ନୀତିକୁ ୫ ବର୍ଷ ଧରି ଲାଗୁ କରାଯାଇ ନ ଥିଲା। ଆଜି ଆମ ସରକାର ଆସିବା ପରେ, ଏହା ଲାଗୁ କରାଯାଇଛି। ଏହାଦ୍ବାରା ନିଶ୍ଚିତଭାବେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିବ