August 15, 2026

ଆସନ୍ତା ୧୭ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ

1 min read

ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।