January 24, 2026

ଆଉ ନାହାନ୍ତି ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ

1 min read

ବରଗଡ: ଚାଲିଗଲେ କଂସ ଭୂମିକାରେ ଅଭିନୟ କରୁଥିବା ଗୋପାଳ ସାହୁ। ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ମହାରାଜ ଭାବେ ଅଭିନୟ କରିଥିଲେ ଗୋପାଳ ସାହୁ। ୭୦ ବର୍ଷ ବୟସରେ ତାଙ୍କ ପରଲୋକ ଘଟିଛି।

ଗୋପାଳ ସାହୁ ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ବାସିନ୍ଦା। ଗତକାଲି ସେ ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ରହିଥିବାବେଳେ ଅସୁସ୍ଥତା ଅନୁଭବ କରିଥିଲେ। ସେଠାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ତେବେ ସୋମବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିଲା | ଆଜି ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି । ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରି ଚମତ୍କାର ଅଭିନୟରେ ଲୋକଙ୍କୁ ବାନ୍ଧି ରଖୁଥିଲେ ଗୋପାଳ। ସ୍ବର୍ଗତ ସାହୁ ପୋଲିସ ବିଭାଗରେ ରହି ବିଭିନ୍ନ ଥାନାରେ କାର୍ଯ୍ୟରତ ଥିଲେ।

Leave a Reply

Your email address will not be published. Required fields are marked *